ଚଇତିଘୋଡ଼ା Chaitaghoṟḍ̠ā
- ଗ୍ରା. ବି. (ସଂ. ଚୈତ୍ର+ ଘୋଟକ) — ଚୈତ୍ରପୂର୍ଣ୍ଣମୀରେ କେଉଟମାନେ ବତାର ଥାଟ ଉପରେ ଲୁଗା ଘୋଡ଼ାଇ ଯେଉଁ ଘୋଡ଼ାର ରୂପ ନଚାନ୍ତି — An image of a horse prepared by the fishermen of Orissa and made to dance on the Cha̲i̱tra full-moon day
- ଗ୍ରା. ବି. (ସଂ. ଚୈତ୍ର+ ଘୋଟକ) — [ଦ୍ର—କିମ୍ବଦନ୍ତୀ ଅଛି ଯେ ରାମଚନ୍ଦ୍ର ବନବାସ କରିବାକୁ ଯିବା ସମୟରେ ତାଙ୍କୁ ଯେଉଁ ଧୀବର ବା ଦାସରାଜ ଡଙ୍ଗାରେ ବସାଇ ସରଯୁନଦୀକୁ ପାର କରାଇଥିଲା, ରାମଚନ୍ଦ୍ର ତାକୁ ଗୋଟିଏ ଘୋଡ଼ା ପୁରସ୍କାର ରୂପେ ଦେଇ ଯାଇଥିଲେ; ସେହି ଦିନରୁ କେଉଟମାନେ ଘୋଡ଼ାର ରୂପ ନିର୍ମାଣ କରି ପୂଜା କରି ଆସୁଅଛନ୍ତି। କେଉଟମାନେ ବାଉଁଶ ବତାରେ ଘୋଡ଼ାର ପାଦହୀନ ଦେହ ଓ ବେକ ଆକାରର ଗୋଟିଏ ଥାଟ ତିଆରି କରି ତା ଉପରେ ଲୁଗା ଆଦି ଘୋଡ଼ାନ୍ତି ଓ ବେକ ଉପରେ ଘୋଡ଼ାମୁହଁ ପରି ଚିତ୍ରିତ ମୁଖାଟିଏ ଲଗାନ୍ତି। ଉକ୍ତ ଚଇତିଘୋଡ଼ାର ପିଠିରେ ଗୋଟିଏ କଣା ଥାଏ। ସେହି କଣାବାଟେ ମନୁଷ୍ୟ ଅଣ୍ଟା ପର୍ଯ୍ୟନ୍ତ ପଶି କରି ଭୂମିରେ ଠିଆହୁଏ ଓ ଘୋଡ଼ାରୂପର ଆଗରୁ ଓ ପଛରୁ ଡୋରି ଲଟକା ଯାଏ। ମନୁଷ୍ୟର ଅଣ୍ଟାଠାରୁ ନିମ୍ନ ଅଂଶ ଘୋଡ଼ା ଭିତରେ ଲୁଚି ଥାଏ ଓ ଅଣ୍ଟା ଠାରୁ ଉପର ଅଂଶ ଘୋଡ଼ା ଭିତରେ ବସିବା ପରି ଅନୁମିତ ହୁଏ। ଏ ବ୍ଯକ୍ତି ନାଚିବା ସଙ୍ଗେ ସଙ୍ଗେ ଘୋଡ଼ା ମଧ୍ୟ ନାଚେ। ଘୋଡ଼ାର ମୁହଁଆଡ଼େ ଲଗାମପରି କନାଡୋରି ବନ୍ଧା ହୋଇଥାଏ। ଉକ୍ତ ଡୋରିକୁ ନାଚିବାବାଲା ଧରି ଘୋଡ଼ାର ଲଗାମ ଧରିବାର ଅଭିନୟ କରେ। କେଉଟମାନେ ଏହି ପର୍ବ ଉପଲକ୍ଷରେ ଚଢ଼େଇଆ ଓ ଚଢ଼ଉଣୀ ବେଶ ହୋଇ ନାଚନ୍ତି ଓ ଗୀତ ବୋଲନ୍ତି।]